CHSE +2 Exam Cancelled: ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Share this:

ଭୁବନେଶ୍ୱର: କୋଭିଡ (Covid-19) ର ସଙ୍କଟ ସ୍ଥିତିରେ ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସ୍ଵାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ଵାଦଶ ଶ୍ରେଣୀ ପରୀକ୍ଷା (+2 Annual Examination) ବାତିଲ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ୍‌ ଘୋଷଣା କରିଛନ୍ତି। ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମଧ୍ୟରେ ରହିଥିବା ଦ୍ୱନ୍ଦ ଏବେ ଦୂର ହୋଇଛି।

ଏଥିସହିତ ଦ୍ଵାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରବର୍ତ୍ତୀ ସମୟରେ ପରୀକ୍ଷା ଦେଇପାରିବେ।

କରୋନାର ସମ୍ବେଦନଶୀଳ ପରିସ୍ଥିତିକୁ ମୁକାବିଲା କରିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଉଦ୍ୟମ, ଦୃଢ ମନୋବଳ ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି। ସେ କହିଛନ୍ତି, ‘ଜୀବନ ଆଗ, ଆଉ ସବୁ ପଛ। ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ଓଡ଼ିଶା।

ସୂଚନାଯୋଗ୍ୟ ପୂର୍ବରୁ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ନେଇ ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ କେନ୍ଦ୍ରସରକାର ରଦ୍ଦ କରିଥିଲେ। ଏହି ଘୋଷଣା ପରେ ଉତ୍ତରପ୍ରଦେଶ, ଗୁଜୁରାଟ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ହରିୟାଣା, ରାଜସ୍ଥାନ ଓ ମହାରାଷ୍ଟ୍ର ସରକାର ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ୍‌ କରିଛନ୍ତି।

[amazon_auto_links id=”9939″]

Also Read | ୭ ବର୍ଷ ପରିବର୍ତ୍ତେ TET ର Valid ବର୍ତ୍ତମାନ ସାରା ଜୀବନ:ଶିକ୍ଷା ମନ୍ତ୍ରଣାଳୟ

Share this:

Leave a Reply

Your email address will not be published. Required fields are marked *