Corona Cases: ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ

Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡିଶାରୁ ୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ପ୍ରାୟତଃ ଦ୍ଵିଗୁଣ ବଢିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ଵରରୁ ୨ଜଣ, ସୁନ୍ଦରଗଡ ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୬ ଲକ୍ଷ ୨୭ ହଜାର ୬୧୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୭୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୮୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *