Covid19 Angul: ଅନୁଗୋଳ ଜିଲ୍ଲାରୁ ପୁଣି ୨୨୫ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏଣୁ ଜନସାଧାରଣ ସରକାରଙ୍କ ପ୍ରଦତ୍ତ କୋଭିଡ଼-୧୯ (Covid-19) ମାନି ନିଜକୁ ସୁରକ୍ଷିତ ରଖିବା ସହିତ ପରିବାରକୁ ସୁରକ୍ଷିତ ରଖନ୍ତୁ। ଆଜି ଅନୁଗୁଳ ଜିଲ୍ଲାରୁ ପୁଣି ୨୨୫ ଜଣ ନୂଆ କରୋନା ପଜିଟିଭ (Corona Virus) ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ଆଜି ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଜିଲ୍ଲାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ସର୍ବାଧିକ ୫୧ ଜଣ, ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୩୭ ଜଣ, ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୩୧ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୨୪ ଜଣ, ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୨୧ ଜଣ, ତାଳଚେର ପୌରାଞ୍ଚଳରୁ ୨୧ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୨୦ ଜଣ। ସେହିପରି କିଶୋରନଗର ବ୍ଲକ୍ ଅଞ୍ଚଳରୁ ୧୨ ଜଣ, ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୫ ଜଣ ଓ ପାଳଲହଡା ବ୍ଳକ୍ ଅଞ୍ଚଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ସମସ୍ତ କରୋନା ସଂକ୍ରମିତ  ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡିଛି। ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସପିଟାଲ (Covid Hospital) କୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ (Isolation) ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ କହିଛନ୍ତି।

ଆଜି ଜିଲ୍ଲାରୁ ୧୪୨ ଜଣ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ କୋଭିଡ ହସପିଟାଲରୁ ଓ ୧୨୯ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି।

Also Read:

Odisha Covid19: ଆଜି ରାଜ୍ୟରେ ୩,୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

Share this: