Covid19 Odisha Updates: ଆଜି ରାଜ୍ୟର ୧୯ ଜିଲ୍ଲାରୁ ୧୨୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Odisha Covid-19 Updates News ଓଡିଶାରୁ ଆଜି ୧୯ ଜିଲ୍ଲାରୁ ୧୨୮ଜଣ କୋଭିଡ-୧୯ (Covid-19) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୨୨ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ଵରରୁ ୮ଜଣ, କଟକରୁ ୪ଜଣ, ଗଜପତି ଜିଲ୍ଲାରୁ ୧୯ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ୨୨ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୮ଜଣ, ଖୋର୍ଦ୍ଧାରୁ ୧୩ଜଣ, କୋରପୁଟରୁ ୭ଜଣ ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୮ଜଣ, ନବରଙ୍ଗପୁରୁ ୫ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩ଜଣ, ପୁରୀରୁ ଜଣେ, ସମ୍ବଲପୁରରୁ ୭ଜଣ, ସୁନ୍ଦରଗଡରୁ ୧୧ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୪ ଲକ୍ଷ ୫୨ ହଜାର ୨୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୫ ହଜାର ୬୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୩୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୪ ହଜାର ୭୫୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ ହଜାର ୭୧୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Read Also | Odisha earthquake news: ଓଡ଼ିଶାରେ ମୃଦ୍ୟୁ ଭୂମିକମ୍ପ ଅନୁଭୂତ, ଲୋକେ ଘରୁ ବାହାରି ଆସିଲେ