Covid Cases Odisha: ଓଡିଶାରୁ ଆଜି ୧୨ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶନିବାର ୮ଜିଲ୍ଲାରୁ ୧୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବଲାଙ୍ଗୀରିରୁ ଜଣେ, କଟକରୁ ୩ଜଣ, ଯାଜପୁରରୁ ଜଣେ, ଖୋର୍ଦ୍ଧାରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ନୂଆପଡା, ରାୟଗଡା, ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ବ୍ୟକ୍ତି ସଂକ୍ରମିତ ଥିବା ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୨ ଲକ୍ଷ ୯୬ହଜାର ୩୯୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭୮୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *