Covid Cases Odisha: ରାଜ୍ୟରୁ ପୁଣି ଆଜି ୯ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ସୋମବାର ୫ଜିଲ୍ଲାରୁ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ବଲାଙ୍ଗୀରି, କଟକ, ଯାଜପୁର ଏବଂ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୪ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ବ୍ୟକ୍ତି ସଂକ୍ରମିତ ଥିବା ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୨ ଲକ୍ଷ ୧୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୯୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭୩୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।