Odisha Weather Monsoon Report: ଆସନ୍ତା ୩ଦିନ ଓଡ଼ିଶାରେ ପ୍ରବଳ ବର୍ଷା

Share this:

ଭୁବନେଶ୍ଵର (ବ୍ୟୁରୋ): Odisha Weather Monsoon Report ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ୩ଦିନ ଯାଏଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଢ଼େଙ୍କାନାଳ ଏବଂ କଟକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ନୟାଗଡ, ବାଲେଶ୍ୱର, କଟକ, ଭୁବନେଶ୍ୱର, ବାରିପଦା ଆଦି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇଯାଇଥିବା ସୂଚନା ମିଳିଛି। ବୁଧବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ଗୁରୁବାରଠାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏ ସମସ୍ତ ଜିଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

Read Also | Covid Cases Odisha: ୧୮ ଜିଲ୍ଲାକୁ ବ୍ୟାପିଲା କରୋନା, ଆଜି ୪୬ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *