ଭାରତରେ ପୁଣି ରେକର୍ଡ ସଂଖ୍ୟକ ୯୬ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ,୧୨୦୯ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ (Covid-19) ସଂକ୍ରମଣର ନୂଆ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏଥିସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୫୫୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୪ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୨୦୯ ଜଣ କରୋନା ଆକ୍ରାନ୍ତରେ ମୃତ୍ୟୁବରଣ କରିଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୬ ହଜାର ୨୭୧ କୁ ବୃଦ୍ଧି ପାଇଛି।
Also Read : ଢେଙ୍କାନାଳ ଜିଲ୍ଲାରେ ୧୦୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନାଅନୁସାରେ, ବର୍ତ୍ତମାନ ଦେଶରେ କରୋନା ସଂକ୍ରମିତ ୯ ଲକ୍ଷ ୪୩ ହଜାର ୪୮୦ ଜଣ ଥିବାବେଳେ ୩୫ ଲକ୍ଷ ୪୨ ହଜାର ୬୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ସକ୍ରିୟ ମାମଲା ଅପେକ୍ଷା ଦେଶରେ କରୋନାରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ଅଧିକ।
Also Read: