Odisha Covid-19: ଆଜି ରାଜ୍ୟରେ ୧୨୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧୨୨୦ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫୧୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୩୪ ଜଣ, ଅନୁଗୋଳରୁ ୫୮ ଜଣ, ଗଞ୍ଜାମରୁ ୨୭ ଜଣ, କଟକରୁ ୯୬ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ, କୋରାପୁଟରୁ ୨୧ ଜଣ, କେନ୍ଦ୍ରାପଡ଼ାରୁ ୪୮ ଜଣ, କେଉଁଝରରୁ ୪୮ ଜଣ ଓ କଳାହାଣ୍ଡିରୁ ୫୯ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୪୦ ଜଣ, ସୁନ୍ଦରଗଡ଼ରୁ ୧୧୯ ଜଣ ଓ ସୋନପୁର ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୨୬ ଜଣ, ଜଗତସିଂହପୁରରୁ ୫୯ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୩୨ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୬୦ ଜଣ, ବାଲେଶ୍ଵରରୁ ୨୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩୩ ଜଣ, ବୌଦ୍ଧରୁ ୫ ଜଣ ଏବଂ ଭଦ୍ରକରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୫ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୬୦ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୨୦ ଜଣ, ନବରଙ୍ଗପୁରରୁ ୧୪ ଜଣ ଓ ନୂଆପଡ଼ାରୁ ୬୬ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୬ ଜଣ, ଦେଓଗଢ଼ରୁ ୩ ଜଣ, ରାୟଗଡାରୁ ୫ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୪୬ ଜଣ ଏବଂ ମାଲକାନଗିରିରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୨୧ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫୦ ଲକ୍ଷ ୭୭ ହଜାର ୧୧୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୫ ହଜାର ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୯୧ ହଜାର୧୩୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ହଜାର ୩୪୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read |Odisha Bypoll: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଶାସକ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟୀ

 

Share this: