Odisha Weather Report: ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ଵର: Odisha Weather Report ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରର ଉତ୍ତର-ପଶ୍ଚିମ ଓ ତତ୍ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଫଳରେ ଓଡ଼ିଶା ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଦ୍ୱାରା ରାଜ୍ୟରେ ବର୍ଷା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାଗ ମେଘୁଆ ରହିବା ସହ ବର୍ଷା ମଧ୍ୟ ହେଉଛି। ଆଜି କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହୋଇଛି।
ସେହିପରି ବଲାଙ୍ଗିର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଆଦି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Read Also | Covid19 Odisha: ଓଡ଼ିଶାରେ ପୁଣି ଫେରିପାରେ କରୋନା କଟକଣା! ଆଜି ୫୧୨ ଚିହ୍ନଟ