Covid19 Odisha: ଓଡିଶାରୁ ଆଜି ରେକର୍ଡ ସଂଖ୍ୟକ ୪୦୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: New Covid19 Odisha Cases News ଓଡ଼ିଶାରେ ବର୍ତ୍ତମାନ କୋଭିଡ ସଂକ୍ରମଣ (Coronavirus) ର ଗତି ତୀବ୍ର ହୋଇଛି। ଯାହାକି ଚିନ୍ତାଜନକ। ଗତକାଲି ରାଜ୍ୟରୁ ୩୩୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବୁଧବାର ରେକର୍ଡ ସଂଖ୍ୟକ ୪୦୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୨୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୬୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ବର୍ତ୍ତମାନ ଖୋର୍ଦ୍ଧା ସଂକ୍ରମଣରେ ଶୀର୍ଷରେ ଅଛି। ଆଜି ଖୋର୍ଦ୍ଧାରୁ ୧୯୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୧୭ଜଣ, ଭଦ୍ରକରୁ୨ଜଣ, କଟକରୁ ୬୪ଜଣ ଚିହ୍ନଟ ହୋଇଥିବାବେଳେ ଗଜପତିରୁ ୬ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୪ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡାରୁ ୩ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୬ଜଣ, ନୟାଗଡରୁ ୪ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ଜଣେ, ସମ୍ବଲପୁରରୁ ୫ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୧୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪୬ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୧ଲକ୍ଷ ୬୩ହଜାର ୩୦୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୯୧ ହଜାର ୫୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୮୦ହଜାର ୩୮୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୫୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।