Covid Cases Odisha: ଓଡିଶାରୁ ଆଜି ଆଉ ୧୦ କୋଭିଡ ଆକ୍ରାନ୍ତ ଚିହ୍ନଟ

covid19update-min
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ବୁଧବାର ୮ଜିଲ୍ଲାରୁ ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵର, ଭଦ୍ରକ, କଟକ ଏବଂ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୩ଜଣ, ନୂଆପଡା, ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୩ ଲକ୍ଷ ୬୪ ହଜାର ୨୦୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୮୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୧୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.