Covid Cases Odisha: ପୁଣି ଆଜି ଓଡିଶାରୁ ୧୧ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ସୋମବାର ୭ଜିଲ୍ଲାରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନୁଗୋଳ, ବଲାଙ୍ଗୀରି ଏବଂ ଯାଜପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା, ରାୟଗଡା, ସମ୍ବଲପୁର ଏବଂ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୩ ଲକ୍ଷ ୩୧ ହଜାର ୬୯୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୬୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୦୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *