Covid Cases Odisha: ୧୧ ଜଣ କରୋନା ସଂକ୍ରମିତ ପୁଣି ଚିହ୍ନଟ

coronavirus_update
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ରବିବାର ୬ଜିଲ୍ଲାରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ଜଣେ, ବଲାଙ୍ଗୀରି ଏବଂ ଗଜପତିରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଯାଜପୁରରୁ ଜଣେ, ଖୋର୍ଦ୍ଧାରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ଜଣେ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୩ ଲକ୍ଷ ୧୫ ହଜାର ୨୬୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭୯୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published.