Covid Cases Odisha: ଓଡିଶାରୁ ପୁଣି ୧୪ କୋଭିଡ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶନିବାର ୬ଜିଲ୍ଲାରୁ ୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵର ଏବଂ ବଲାଙ୍ଗୀରିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କଟକରୁ ୨ଜଣ, ଦେଓଗଡରୁ ଜଣେ, ଖୋର୍ଦ୍ଧାରୁ ୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡା ଜଣେ ଏବଂ ଷ୍ଟେଟ୍ ପୁଲରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୪ ଲକ୍ଷ ୯ ହଜାର ୭୦୬ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୧୩୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୪୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *