Covid Cases Odisha: ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ, ଆଜି ୧୮ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଆଜି ଓଡ଼ିଶାରେ ପୁଣି ବଢିଛି କରୋନା (Coronavirus) ସଂକ୍ରମଣ। ଗତକାଲି ରାଜ୍ୟରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଗୁରୁବାର ୭ଜିଲ୍ଲାରୁ ୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୨ଜଣ, ବଲାଙ୍ଗୀରି ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ଏକା ଥରକେ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆପଡାରୁ ୩ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୩ ଲକ୍ଷ ୮୦ ହଜାର ୧୪୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୧୦୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୨୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *