Corona Cases Odisha: ରାଜ୍ୟରେ ବଢୁଛି କୋଭିଡ ସଂକ୍ରମଣ, ଆଜି ୨୪ ଚିହ୍ନଟ

coronavirus-odisha-1
Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡ଼ିଶାରେ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ଗତକାଲି ରାଜ୍ୟରୁ ୨୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ପୁଣି ୨୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା କମ ରହିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨ଜଣ, ଝାରସୁଗୁଡାରୁ ୫ଜଣ ଏବଂ ସୁନ୍ଦରଗଡରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୮ଲକ୍ଷ ୬୪ହଜାର ୨୯୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୬୨୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୧ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୨୯୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published.