Positive Report Odisha: ଓଡିଶାରୁ କମିଲା କରୋନା ସଂକ୍ରମଣ, ଆଜି ୩୪ଚିହ୍ନଟ
ଭୁବନେଶ୍ଵର: Positive Report Odisha ଓଡିଶାରୁ କମିଛି କରୋନା ସଂକ୍ରମଣ। ଗତକାଲି ଓଡ଼ିଶାରୁ ୫୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୩୪ଜଣ ସଂକ୍ରମିତ ଚିହ୍ନଟ (Positive Report Odisha) ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ରାଜ୍ୟରୁ ଚିହ୍ନଟଙ୍କ ମଧ୍ୟରେ ବରଗଡ଼ ଓ ବଲାଙ୍ଗୀରିରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବୌଦରୁ ଜଣେ, କଟକରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡ଼ରୁ ଜଣେ,ଗଞ୍ଜାମରୁ 4ଜଣ, କଳାହାଣ୍ଡିରୁ 2ଜଣ, ଖୋର୍ଦ୍ଧାରୁ ୭ଜଣ, ମୟୂରଭଞ୍ଜରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ରୁ ୨ଜଣ, ସମ୍ବଲପୁରରୁ ୨ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୫ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।
ADVT

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୮୪ ହଜାର ୯୪୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୮୯୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୨୧୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୨୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ବର୍ତ୍ତମାନ ଓମିକ୍ରନର ନୂଆ ସବ୍ ଭାରିଆଣ୍ଟ ଦ୍ରୁତ ଗତିରେ ବ୍ୟାପୁଛି। ବିଶେଷ ଭାବେ ଆମେରିକା, ବ୍ରିଟେନ, ଅଷ୍ଟ୍ରେଲିଆ ଏବଂ ବେଲଜିୟମରେ ଦେଖିବାକୁ ମିଳୁଛି। ଏହି ଭାରିଆଣ୍ଟଟି ଅଧିକ ସଂକ୍ରମଣ ବୋଲି WHO ପୂର୍ବରୁ ସତର୍କ କରିଛି। ଆପଣ ଦୀପାବଳି ଅବସରରେ ଅଧିକ ଯତ୍ନବାନ ହୁଅନ୍ତୁ। ଫଳରେ କରୋନା ମହାମାରୀ ଆଉଥରେ ଅଧିକ ସଂକ୍ରମିତ ହେବ ନାହିଁ।
ADVT

Read Also
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

