Covid19 Odisha Report: ଓଡିଶାରୁ ଆଜି ୪୩ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଆଜି ଓଡିଶାରୁ ୪୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୫ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୫ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵର ଏବଂ ବରଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କଟକରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୩ଜଣ, ଖୋର୍ଦ୍ଧାରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ ୪ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୫ ଲକ୍ଷ ୩୮ ହଜାର ୧୯୪ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୫୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୯୨୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୧୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: