ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ସିଏନଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share this:

ନୂଆଦିଲ୍ଲୀ: ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (PSU) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତ୍ତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ଟି ସିଏନଜି (CNG) ଷ୍ଟେସନ ଲୋକାର୍ପଣ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଲୋକାର୍ପିତ ସିଏନଜି ଷ୍ଟେସନ ଭାରତର ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ ଦିଗରେ ଥିବା ପ୍ରଚେଷ୍ଟାକୁ ସଶକ୍ତ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଳବାୟୁ ନ୍ୟାୟକୁ ନିଶ୍ଚିତ କରିବା ଓ ସମସ୍ତଙ୍କ ପାଇଁ ସୁଲଭ ମୂଲ୍ୟରେ ସ୍ୱଚ୍ଛ ଇନ୍ଧନ ଯୋଗାଇଦେବା ପାଇଁ ଦୃଢ ନିଶ୍ଚିତ। ଆଜି ରାଷ୍ଟ୍ର ଉଦ୍ଦେଶ୍ୟରେ ଅନେକ ସିଏନଜି ଷ୍ଟେସନ ଲୋକାର୍ପିତ କରାଯାଇଛି। ସେ କହିଛନ୍ତି ଆଗାମୀ ଦିନରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ପରିଣତ କରାଯିବା ପାଇଁ ଚେଷ୍ଟା କରାଯାଉଛି। ଦେଶର ୫ କୋଟି ଘରକୁ ପାଇପ ଯୋଗେ ପ୍ରାକୃତିକ ଗ୍ୟାସ ପହଁଚାଇବାର ଲକ୍ଷ୍ୟ ରଖାଯାଇଛି। ସେହିପରି ସ୍ୱର୍ଣ୍ଣ ଚତୁର୍ଭୁଜରେ ୧୦୦  ଏଲଏନଜି (LNG) ଷ୍ଟେସନ ପ୍ରତିଷ୍ଠା କରିବାକୁ ହୋଇଥିବା ଯୋଜନା ସ୍ୱଚ୍ଛ ଇନ୍ଧନ ବ୍ୟବହାରରେ ନୂଆ ମାପଦଣ୍ଡ ଆଣିବ। ଏହାସହ ସାରା ଦେଶରେ ୫ ହଜାର କମ୍ପ୍ରେସଡ୍ ବାୟୋ ଗ୍ୟାସ ପ୍ଳାଣ୍ଟ (Compressed Bio Gas-CBG)ପ୍ରତିଷ୍ଠା କରିବା ଦିଗରେ ଭାରତ ସରକାର ଅଗ୍ରସର ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଭାରତ ସରକାର ପ୍ରାକୃତିକ ଗ୍ୟାସ (Natural Gas)କୁ ପ୍ରୋତ୍ସାହନ ଦେବା ଦିଗରେ କାମ କରୁଛନ୍ତି। ୨୦୩୦ ସୁଦ୍ଧା ପ୍ରାକୃତିକ ଗ୍ୟାସର ସେୟାରକୁ ବର୍ତ୍ତମାନର ୬.୩ ପ୍ରତିଶତରୁ ୧୫ ପ୍ରତିଶତ କରାଯିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ଦେଶରେ ପ୍ରାୟ ୧୭ ହଜାର କିମି ଲମ୍ବ ଗ୍ୟାସ ପାଇପଲାଇନର ନିର୍ମାଣ କାମ ଚାଲୁଅଛି। ପରିବେଶ ସହଯୋଗୀ ଇନ୍ଧନ ଉପଲବ୍ଧ କରିବା ପାଇଁ ସିଜିଡି ନେଟୱାର୍କର ସଂପ୍ରସାରଣ କରାଯାଉଛି। ଘର, ଶିଳ୍ପ ଏବଂ ବାଣିଜ୍ୟିକ କେନ୍ଦ୍ର ଏବଂ ସିଏନଜି ପରିବହନ କ୍ଷେତ୍ର ପାଇଁ ପ୍ରାକୃତିକ ଗ୍ୟାସ ଯୋଗାଯାଉଛି। କମ୍ପ୍ରେସଡ୍ ବାୟୋ-ଗ୍ୟାସ (CBG) ଏବଂ ଜୈବଖତ ଉତ୍ପାଦନ କରି ଉଦ୍ୟମୀ ମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି।

ଶ୍ରୀ ପ୍ରଧାନ କହିଛନ୍ତି ଚୀନ ଏବଂ ଆମେରିକା ପରେ ଦ୍ୱିତୀୟ ବୃହତମ ଜନସଂଖ୍ୟା ଆଧାରରେ ଭାରତ ତୃତୀୟ ସର୍ବବୃହତ ଉର୍ଜା ଉପଭୋକ୍ତା ରାଷ୍ଟ୍ର। ବିଶ୍ୱରେ ଅଧିକ ଉର୍ଜା ବ୍ୟବହାର କରିଥିବା କ୍ଷେତ୍ରରେ ଭାରତରେ ଉର୍ଜା ଉପଭୋକ୍ତା ଏବଂ ଉର୍ଜା ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଦେଶର ପ୍ରଦୂଷଣକୁ ହ୍ରାସ କରିବା ଦିଗରେ ଦେଶର ପ୍ରଧାନମନ୍ତ୍ରୀ କାର୍ଯ୍ୟ କରୁଛନ୍ତି।

ଉର୍ଜା ବ୍ୟବସାୟରେ ନୂଆ ନିବେଶକଙ୍କ ପାଇଁ ନୀତି ସଂସ୍କାର ଅଣାଯାଇଛି। ଏହି ଅବସରରେ ଶ୍ରୀ ପ୍ରଧାନ ମାର୍କେଟିଂ କମ୍ପାନୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କାମ କରିବା ପାଇଁ ଆହ୍ୱାନ କରିଛନ୍ତି। ଏହାଦ୍ୱାରା ଉର୍ଜା କ୍ଷେତ୍ରରେ ଅଧିକ ପ୍ରତିଯୋଗିତା ବଢିବ ଏବଂ ଉପଭୋକ୍ତାଙ୍କ ପାଇଁ ସଠିକ୍ ମୂଲ୍ୟ ନିର୍ଣ୍ଣୟ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

Also Read:

ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ପିଏମ ମତ୍ସ୍ୟ ସମ୍ପଦ ଯୋଜନାର ଶୁଭାରମ୍ଭ;ଇ-ଗୋପାଳ ଆପ୍‌ ଲଞ୍ଚ

ରାଷ୍ଟ୍ରାୟତ ତୈଳ କମ୍ପାନୀର ୫୦ ପ୍ରତିଶତ ଫୁଏଲ୍ ଷ୍ଟେସନକୁ ସୌରଚାଳିତ କରିବା ଲକ୍ଷ୍ୟ: ଧର୍ମେନ୍ଦ୍ର ପ୍ରଧାନ

ଓଡିଶାରେ ୨୦୨୪ରେ ବିଜେପି ସରକାର ଗଠନ କରିବାର ସଂକଳ୍ପ ମନ୍ତ୍ର ଦେଲେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ଼.ଜେପି ନଡ୍ଡା

Share this: