Covid Cases Odisha: ରାଜ୍ୟରୁ ଆଜି ୭ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଗୁରୁବାର ୬ଜିଲ୍ଲାରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଯାଜପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ସମ୍ବଲପୁର ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧୨ ଲକ୍ଷ ୮୮ ହଜାର ୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୭୬୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *