Covid Cases Odisha: ଆଜି ୫ ଜିଲ୍ଲାରୁ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

CORONA_virus
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ବୁଧବାର ୫ଜିଲ୍ଲାରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଲାଙ୍ଗୀରିରୁ ଜଣେ, କଟକରୁ ୨ଜଣ, ଖୋର୍ଦ୍ଧାରୁ ଜଣେ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁର ୨ଜଣ, ସୁନ୍ଦରଗଡରୁ ୨ଜଣ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୧ ଲକ୍ଷ ୧ ହଜାର ୩୬୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୫୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୬୭୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *