Corona Cases Odisha: ଆଜି ୯ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡ଼ିଶାରେ ଦିନେ କରୋନା ସଂକ୍ରମଣ କମିଲେ ଦିନେ ବଢୁଛି। ଗତକାଲି ରାଜ୍ୟରୁ ୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ ସଂକ୍ରମଣ ବଢିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୨ଜଣ, କଟକରୁ ଜଣେ, ଖୋର୍ଦ୍ଧାରୁ ୩ଜଣ ଏବଂ ସୁନ୍ଦରଗଡରୁ ମଧ୍ୟ ୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୬ ଲକ୍ଷ ୯୪ ହଜାର ୯୩୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୫୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *