Corona Cases Odisha: ଆଜି ପୁଣି ରାଜ୍ୟରୁ ୯ କରୋନା ପଜିଟିଭ ଚିହ୍ନଟ

odisha-covid1
Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ରାଜ୍ୟରୁ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କଟକରୁ ୩ଜଣ, ଖୋର୍ଦ୍ଧାରୁ ୪ଜଣ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୭ ଲକ୍ଷ ୨୩ ହଜାର ୩୨୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୪୩୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୧୭୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published. Required fields are marked *