Covid-19 Odisha Updates: ରାଜ୍ୟରେ ଆଜି ୧୨୦ କରୋନା ସଂକ୍ରମିତ ଚିହ୍ନଟ, କଟକରୁ ସର୍ବାଧିକ

Share this:

ଭୁବନେଶ୍ଵର: ରାଜ୍ୟରେ ଦିନକୁ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି୨୨ ଜିଲ୍ଲାରୁ ୧୨୦ ଜଣ କରୋନା ଆକ୍ରନ୍ତ (Corona Virus) ଚିହ୍ନଟ ହୋଇଛନ୍ତି। ଆଜି  ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଅନଗୁଳରୁ ଜଣେ, ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ ଜଣ,ବଲାଙ୍ଗୀରିରୁ ୨ ଜଣ, କଟକରୁ ୨୬ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ  ୩ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୨ଜଣ,କେଉଁଝରରୁ ଜଣେ  ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜରୁ ୧୫ଜଣ,ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୩ ଜଣ, ରାୟଗଡାରୁ ୩ଜଣ, ସମ୍ବଲପୁରରୁ ୧୦ଜଣ, ସୁନ୍ଦରଗଡରୁ ୧୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୭ଲକ୍ଷ ୬୨ହଜାର ୬୦୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ  ୩୮ହଜାର ୭୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୧ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୫   ୯୯୪ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୫୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”10233″]

Also Read | Emergency Number 112: ଆମ୍ବୁଲାନ୍ସ, ପୁଲିସ ଏବଂ ଦମକଳ ସେବାପାଇଁ ବର୍ତ୍ତମାନ ଗୋଟିଏ ନମ୍ବର

Share this: