Covid19 Odisha Updates: ଓଡ଼ିଶାରେ ଆଜି ୩୨ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Odisha Covid-19 Updates News ଓଡିଶାରେ ବର୍ତ୍ତମାନ କରୋନା ସଂକ୍ରମଣ ଲଗାତାର ଭାବେ କମିବାରେ ଲାଗିଛି। ଆଜି ରାଜ୍ୟର ୧୧ ଜିଲ୍ଲାରୁ ୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୬ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୩ଜଣ, କଟକ ଏବଂ ଢେଙ୍କାନାଳରୁ ଜଣେ ଲେଖାଏଁ ଥିବାବେଳେ ଗଜପତି ଜିଲ୍ଲାରୁ ୭ଜଣ, ଯାଜପୁରରୁ ୬ଜଣ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୨ଜଣ, କୋରାପୁଟରୁ ୬ଜଣ, ମୟୁରଭଞ୍ଜରୁ ୨ଜଣ, ନୟାଗଡରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡରୁ ୫ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୨ ଲକ୍ଷ ୬୫ ହଜାର ୭୮୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୨୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୪୯୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୫୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।