Covid Cases Odisha: ୧୩ କରୋନା ପଜିଟିଭ ଓଡିଶାରୁ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ସୋମବାର ୮ଜିଲ୍ଲାରୁ ୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ, ବଲାଙ୍ଗୀରିରୁ ୨ଜଣ, କଟକରୁ ଜଣେ, କେନ୍ଦ୍ରାପଡାରୁ ୨ଜଣ, ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଥିବାବେଳେ ପୁରୀରୁ ଜଣେ, ସମ୍ବଲପୁର ୩ଜଣ ଏବଂ ସୋନପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯ ହଜାର ୧୨୩ ରହିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୦ ଲକ୍ଷ ୬୫ ହଜାର ୬୬୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୬୫୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *