Breaking NewsCORONA UPDATESଓଡ଼ିଶା

Covid Cases Odisha: ଆଜି ରାଜ୍ୟରୁ ୭ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ମଙ୍ଗଳବାର ୩ଜିଲ୍ଲାରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ୩ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୨ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୩ ଲକ୍ଷ ୪୬ ହଜାର ୫୭୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୭୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୮୦୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *