Corona Cases Odisha: ଆଜି ୧୯ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Corona Cases Odisha Today ଓଡ଼ିଶାରେ ଧୀରେ ଧୀରେ ବଢୁଛି କି କରୋନା ସଂକ୍ରମଣ! ଗତକାଲି ରାଜ୍ୟରୁ ୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଗୁରୁବାର ୬ଜିଲ୍ଲାରୁ ୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସର୍ବାଧିକ ନୂଆପଡ଼ା ଜିଲ୍ଲାରୁ ୬ଜଣ ଚିହ୍ନଟ ହୋଇଥିବାବେଳେ ଗଜପତି ଜିଲ୍ଲାରୁ ୫ଜଣ, ବାଲେଶ୍ଵରରୁ ଜଣେ, କଟକରୁ ଜଣେ, ଖୋର୍ଦ୍ଧାରୁ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୫୮୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୨୭୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୯୭୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।