Odisha Weather Report: ଓଡ଼ିଶାରେ ପ୍ରବଳ ବର୍ଷା ଜାରି; ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Share this:

ବଡଖବର:

  • ସାରା ଓଡ଼ିଶାରେ ପ୍ରବଳ ବର୍ଷା।
  • ସୋମବାର ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ।
  • ରାଜଧାନୀରେ ହେବ ପ୍ରବଳ ବର୍ଷା  

ଭୂବନେଶ୍ଵର: Odisha Weather Report. Heavy rains all over Odisha ରାଜ୍ୟର ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି।

ଭୁବନେଶ୍ଵର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଜି କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ, ସୋନପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ ଗତକାଲିଠାରୁ ଆଜି ସକାଳ ସୁଦ୍ଧା କଟକରେ ୬୫ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଭୁବନେଶ୍ୱରରେ ୪୯.୧ ମିଲିମିଟର ବର୍ଷା ହୋଇଯାଇଛି।

ସେହିପରି ଆସନ୍ତା ସୋମବାର ପୂର୍ବାହ୍ନ ୧୧ଟାବେଳେ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ବନ୍ଧ ତଳମୁଣ୍ଡରେ ବସବାସ କରୁଥିବା ସମସ୍ତ ଜନସାଧାରଣଙ୍କୁ ଜଣାଇ ଦିଆଯାଉଛି। କାରଣ ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି।  ଜଳ ନିଷ୍କାସନ ପରେ ମହାନଦୀ ଓ ତା’ର ଶାଖାନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ସତର୍କତା ଅବଲମ୍ବନ କରିବାକୁ ନଦୀବନ୍ଧ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜନସାଧାରଣଙ୍କୁ ସୂଚନା ଦିଆଯାଇଛି।

Read Also | Covid19 Odisha Today: ରାଜ୍ୟରେ କମୁନି କରୋନା ସଂକ୍ରମଣ, ଆଜି ୧୦୬୫ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *