Covid Cases in Odisha: ଓଡିଶାରୁ ଆଜି ୧୦୨୦ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ଓଡିଶାରୁ ୧୦୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ୧୦୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୯୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୯୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୨୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୨୫୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୨୩ଜଣ, ବରଗଡ଼ରୁ ୨୫ଜଣ, ଭଦ୍ରକରୁ ୧୭ଜଣ, ବଲାଙ୍ଗୀରିରୁ ୨୫ଜଣ, ବୌଦରୁ ୧୧ଜଣ, କଟକରୁ ୫୨ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୮ଜଣ, ଗଜପତିରୁ ୭ଜଣ, ଜଗତସିଂପୁରରୁ ୧୩ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡାରୁ ୨୧ଜଣ, କଳାହାଣ୍ଡିରୁ ୨୮ଜଣ, କନ୍ଧମାଳରୁ ୧୭ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେଉଁଝରରୁ ୧୨ଜଣ, ଖୋର୍ଦ୍ଧାରୁ ୧୫୮ଜଣ, କୋରାପୁଟରୁ ୧୬ଜଣ, ମୟୁରଭଞ୍ଜରୁ ୭୧ଜଣ, ନବରଙ୍ଗପୁରରୁ ୧୯ଜଣ, ନୟାଗଡରୁ ୨୭ଜଣ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୯ଜଣ, ସମ୍ବଲପୁରରୁ ୮୮ଜଣ ଏବଂ ସୋନପୁରରୁ ୨୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୬ ଲକ୍ଷ ୨ ହଜାର ୮୦୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୧ ହଜାର ୧୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୨୦୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୯୫ ହଜାର 1୫୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୭୮୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *