Covid Cases in Odisha: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୦୩ କୋଭିଡ ପଜିଟିଭ ଚିହ୍ନଟ
ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ ଆଜି କମିଛି କରୋନା ସଂକ୍ରମଣ (Coronavirus Odisha)। ଗତକାଲି ରାଜ୍ୟରୁ ୫୮୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪୦୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୬୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧାରୁ ୮୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୭ଜଣ, ବରଗଡ଼ରୁ ୧୩ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ୨୨ଜଣ, ବୌଦରୁ ୬ଜଣ, କଟକରୁ ୧୬ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬ଜଣ, ଜଗତସିଂପୁରରୁ ୨ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ୧୯ଜଣ, କନ୍ଧମାଳରୁ ୪ଜଣ, କୋରାପୁଟରୁ ୯ଜଣ, ମାଲକାନଗିରିରୁ ଜଣେ, ନବରଙ୍ଗପୁରରୁ ୧୭ଜଣ, ନୟାଗଡରୁ ୧୫ଜଣ, ନୂଆପଡ଼ାରୁ ୧୭ଜଣ, ପୁରୀରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୩୬ଜଣ ଏବଂ ସୋନପୁରରୁ ୧୪ଜଣ ଏବଂ ସୁନ୍ଦରଗଡରୁ ୬୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୮ ଲକ୍ଷ ୯୦ହଜାର ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୨ ହଜାର ୧୮୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୪୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୯ ହଜାର ୧୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୯୬୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
[amazon_auto_links id=”9932″]