Covid Cases in Odisha: ରାଜ୍ୟରେ ଆଜି କମିଛି କରୋନା ସଂକ୍ରମଣ, ୩୨୦ଜଣ ଚିହ୍ନଟ
ଭୁବନେଶ୍ଵର: Covid cases in Odisha in last 24 hours district Wise ଗତକାଲି ରାଜ୍ୟରୁ ୩୮୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୩୨୦ଜଣ ଚିହ୍ନଟ ହୋଇଛନ୍ତି। ଯାହା କାଲିଠାରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୩୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୫ଜଣ, ବରଗଡ଼ରୁ ୧୩ଜଣ, ଭଦ୍ରକରୁ ୫ଜଣ, ବଲାଙ୍ଗୀରରୁ ୧୩ଜଣ, ବୌଦରୁ ୧୭ଜଣ, କଟକରୁ ୧୪ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୪ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୬ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡାରୁ ୫ଜଣ, କଳାହାଣ୍ଡିରୁ ୩୩ଜଣ, କନ୍ଧମାଳରୁ ୯ଜଣ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୪ଜଣ, ଖୋର୍ଦ୍ଧାରୁ ୪୯ଜଣ, କୋରାପୁଟରୁ ୩ଜଣ, ମୟୂରଭଞ୍ଜରୁ ୧୨ଜଣ, ନବରଙ୍ଗପୁରରୁ ୮ଜଣ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୩ଜଣ, ସମ୍ବଲପୁରରୁ ୨୪ଜଣ, ସୁନ୍ଦରଗଡରୁ ୪୫ଜଣ ଏବଂ ସୋନପୁରରୁ ୭ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୧ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୩୦ ଲକ୍ଷ ୪ ହଜାର ୬୫୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୪ ହଜାର ୭୭୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୨ ହଜାର ୯୦୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୬୫୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
[amazon_auto_links id=”9939″]