Covid Cases in Odisha: ଆଜି ରାଜ୍ୟରୁ ୨୬୯ କୋଭିଡ ପଜିଟିଭ ହେଲେ ଚିହ୍ନଟ
ଭୁବନେଶ୍ଵର: Covid-19 Cases in Odisha State Dashboard in last 24 hours district wise ଗତକାଲି ଓଡ଼ିଶାରୁ ୨୫୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୨୬୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
ଆଜି ବାଲେଶ୍ଵରରୁ ୩ଜଣ, ବରଗଡ଼ରୁ ୮ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ୭ଜଣ, କଟକରୁ ୪୯ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କଳାହାଣ୍ଡିରୁ ୫ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୪ଜଣ, କେଉଁଝରରୁ ୪ଜଣ, ଖୋର୍ଦ୍ଧାରୁ ୬୬ଜଣ, ମୟୂରଭଞ୍ଜରୁ ୪ଜଣ, ନବରଙ୍ଗପୁରରୁ ୧୧ଜଣ, ନୟାଗଡରୁ ୧୪ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୬ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୪ଜଣ, ସୁନ୍ଦରଗଡରୁ ୨୯ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୫ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୩ ଲକ୍ଷ ୧୭ ହଜାର ୩୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୨୯ ହଜାର ୭୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୦୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୧୯ ହଜାର ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୫୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
[amazon_auto_links id=”9939″]