Odisha Weather Report : ଆସନ୍ତା ୨୪ ଘଣ୍ଟାରେ ୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା,୨୦ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର (ବ୍ୟୁରୋ): Odisha Weather Latest Report Updates ଆଜି ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଏଥିସହିତ ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଗତକାଲି ସୃଷ୍ଟ ଘୁର୍ଣ୍ଣିବଳୟ ଯୋଗୁଁ ଆସନ୍ତା ମଙ୍ଗଳବାର ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଆସନ୍ତା ୨୦ ତାରିଖରୁ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଜି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ଟି ଜିଲ୍ଲା ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ , ନୟାଗଡ, ଗଂଜାମ, ଗଜପତି, ସମ୍ବଲପୁର, ଦେବଗଡ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ଜଗତସିଂହପୁର ଓ କେନ୍ଦ୍ରାପଡାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଗଭୀର ସମୁଦ୍ର ଓ ଓଡ଼ିଶା ଉପକୂଳ ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଆସନ୍ତା ୨୦ ତାରିଖରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।
[amazon_auto_links id=”9939″]
Read Also | Covid Cases in Odisha: ଆଜି ୨୦୭ କରୋନା ସଂକ୍ରମିତ ଚିହ୍ନଟ