Odisha Weather : ଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ୨୭ରୁ ରାଜ୍ୟ ସାରା ବର୍ଷିବ
ଭୁବନେଶ୍ୱର (ବ୍ୟୁରୋ): Odisha Weather Latest Report Updates ଆଜି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ପାଗ ମେଘୁଆ (Odisha Weather) ରହିଛି ଅଳ୍ପ କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି।
ସୂଚନାଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡିକ ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡା, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି।
ପୁଣି ଏକ ଘୂର୍ଣ୍ଣିବଳୟ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ବେଳକୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ ପୁରୀ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି।
Read Also | What is the Amazon Fashion and Beauty Cashback offer
[amazon_auto_links id=”10233″]