Covid Odisha Updates: ଆଜି ରାଜ୍ୟରୁ ୯୫ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Covid Odisha Updates Today ଆଜି ଓଡ଼ିଶାରେ (Covid Odisha Updates) ପୁଣି ବଢିଛି କରୋନା ସଂକ୍ରମଣ। ଗତକାଲି ୭୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୯୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୭ଜଣ, ବରଗଡ଼, ଭଦ୍ରକ ଏବଂ ବଲାଙ୍ଗୀରିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କଟକରୁ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୩ଜଣ, ଯାଜପୁରରୁ ୨ଜଣ, କଳାହାଣ୍ଡିରୁ ଜଣ,କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ଜଣେ, ଖୋର୍ଦ୍ଧାରୁ ୧୫ଜଣ, ମୟୂରଭଞ୍ଜରୁ ୫ଜଣ, ନବରଙ୍ଗପୁରୁ ୩ଜଣ, ନୟାଗଡରୁ ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୫ଜଣ, ସମ୍ବଲପୁରରୁ ୫ଜଣ, ସୁନ୍ଦରଗଡରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୩ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୬୯ ହାଜର ୬୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୫୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୯୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୨୦୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୯୩ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

mahimalive news

Read Also

Share this:

Leave a Reply

Your email address will not be published. Required fields are marked *