Covid Odisha : ରାଜ୍ୟରୁ କମିଛି କରୋନା ସଂକ୍ରମଣ, ଆଜି ୭୭ ଚିହ୍ନଟ
ଭୁବନେଶ୍ଵର: Covid Odisha Cases Today ଓଡ଼ିଶାରେ ଆଜି କମିଛି କରୋନା ସଂକ୍ରମଣ (Covid Odisha Cases)। ଲଗାତାର ଭାବେ ବଢୁଥିବା ସଂକ୍ରମଣ ଆଜି କମିଛି। ଗତକାଲି ୧୦୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୭୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୨ଜଣ, ବରଗଡ଼ରୁ ଏବଂ ବଲାଙ୍ଗୀରିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। କଟକରୁ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡ଼ରୁ ଜଣେ, ଜଗତସିଂପୁରରୁ ୫ଜଣ, ଯାଜପୁରରୁ ୨ଜଣ, ଝାରସୁଗୁଡାରୁ ୨ଜଣ, କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ୭ଜଣ, କୋରାପୁଟରୁ ୨ଜଣ, ନବରଙ୍ଗପୁରୁ ୬ଜଣ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୪ଜଣ, ସମ୍ବଲପୁରରୁ ୬ଜଣ, ସୁନ୍ଦରଗଡରୁ ୨୦ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୮୯ ହାଜର ୧୪୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୨୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୩ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୫ ହଜାର ୩୮୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୯୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।


READ ALSO
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

