Coronavirus Odisha Today: ରାଜ୍ୟରେ କମୁଛି ସଂକ୍ରମଣ, ଆଜି ୧୫ ଚିହ୍ନଟ
ଭୁବନେଶ୍ଵର: Coronavirus Odisha Today ଓଡିଶାରୁ ବର୍ତ୍ତମାନ କରୋନା ସଂକ୍ରମଣ କମିବାରେ ଲାଗିଛି। ରାଜ୍ୟରୁ ଗତକାଲି ୪୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସେହିପରି ଆଜି ରାଜ୍ୟରୁ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (Coronavirus Odisha Today)। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଓଡ଼ିଶାରୁ ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵର ଏବଂ ବଲାଙ୍ଗୀରିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୩ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରୁ ଜଣେ, କଳାହାଣ୍ଡିରୁ ଜଣେ ଚିହ୍ନଟ ହୋଇଛନ୍ତି। ଏଥିସହିତ ପୁରୀରୁ ୪ଜଣ, ସମ୍ବଲପୁରରୁ ଜଣେ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୨ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୮ ଲକ୍ଷ ୩6ହଜାର ୮୭୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୬ ହଜାର ୧୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୦ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୬୨୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୫୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

ସେହିପରି ଆଜି ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ହୋଇଥିବା ସୋମବାର ଦିନ ଭାରତ ୧୩୨୬ଟି କରୋନାଭାଇରସ୍ ରୋଗ ବିଷୟରେ ଜଣାଇଛି। ନୂତନ ମାମଲା ସହିତ ଭାରତରେ COVID-19 ମାମଲା ୪ କୋଟି ୪୬ ଲକ୍ଷ ୫୩ ହଜାର ୫୯୨ କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ମାମଲା ୧୭ ହଜାର ୯୧୨ କୁ ହ୍ରାସ ପାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି।
ଏଠି ସହିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୯ ହଜାର୨୪ କୁ ବୃଦ୍ଧି ପାଇଛି। ଆଜି ୮ ଜଣଙ୍କର ମୃତ୍ୟୁ ଘଟିଛି ଯେଉଁଥିରେ କେରଳ ରୁ କେବଳ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଭାରତର COVID-19 ଅଗଷ୍ଟ ୭, ୨୦୨୦ ରେ ୨୦ଲକ୍ଷ, ଅଗଷ୍ଟ ୨୩ ରେ ୩୦ ଲକ୍ଷ, ସେପ୍ଟେମ୍ବର ୫ ରେ ୪୦ ଲକ୍ଷ ଏବଂ ସେପ୍ଟେମ୍ବର ୧୬ ରେ ୫୦ ଲକ୍ଷ ଅତିକ୍ରମ କରିଥିଲା। ଅକ୍ଟୋବର ୨୯ରେ ୮୦ ଲକ୍ଷ ଅତିକ୍ରମ କରି, ନଭେମ୍ବର ୨୦ ରେ ୯୦ ଲକ୍ଷ ଏବଂ ଡିସେମ୍ବର ୧୯ ରେ ଏକ କୋଟି ମାର୍କ ଅତିକ୍ରମ କରିଥିଲା।

Read Also
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

