Odisha Covid : ଆଜି ଓଡ଼ିଶାରୁ ୨୩, ଭାରତରୁ ୧୦୮୨ ଚିହ୍ନଟ
ଭୁବନେଶ୍ଵର: Odisha Covid ଓଡିଶାରୁ ଗତକାଲି ୧୫ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ପୁଣି ରାଜ୍ୟରୁ ଗତ ୨୪ ଘଣ୍ଟାରେ ନୂଆ ୨୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସେହିପରି ଆଜି ରାଜ୍ୟରୁ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା (odisha covid) ଦିଆଯାଇଛି।
ଆଜି ଓଡ଼ିଶାରୁ ଚିହ୍ନଟଙ୍କ ମଧ୍ୟରେ ବରଗଡ଼ରୁ ଜଣେ, କେନ୍ଦ୍ରାପଡାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ନୂଆପଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡରୁ ୧୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୮ ଲକ୍ଷ ୭୫ ହଜାର ୨୫୫ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୬ ହଜାର ୨୫୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୮୦୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ଆଜି ଭାରତରୁ ୧୦୮୨ ଜଣ ଚିହ୍ନଟ

ସେହିପରି ଆଜି ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ୪ କୋଟି ୪୬ ଲକ୍ଷ ୫୯ ହଜାର ୪୪୭କୁ ବୃଦ୍ଧି ହୋଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଆଜି ଶୁକ୍ରବାର ପ୍ରକାଶ କରିଛନ୍ତି।
ଏଥିସହିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୪୮୬କୁ ବୃଦ୍ଧି ପାଇଛି। ଆଜି ୭ଜଣଙ୍କର ମୃତ୍ୟୁ ଘଟିଛି, ଏଥିରେ ପୂର୍ବର ରିପୋର୍ଟ୍ ମିଶିଛି। କେରଳରୁ ସର୍ବାଧିକ ୨ଜଣ (Reconciled by Kerala) ଅଛନ୍ତି।
ଆଜି ଶୁକ୍ରବାରର ତଥ୍ୟ ଅନୁଯାୟୀ ୨୪ଘଣ୍ଟା ମଧ୍ୟରେ ସକ୍ରିୟ ମାମଲା ୧୫ ହଜାର ୨୦୦ କୁ ହ୍ରାସ ପାଇଛି। ସକ୍ରିୟ ମାମଲା ଭାରତରେ ମୋଟ ସଂକ୍ରମଣର ୦.୦୪ ପ୍ରତିଶତ ଅଟେ। ଜାତୀୟ ପୁନରୁଦ୍ଧାର ହାର ୯୮.୭୮ ପ୍ରତିଶତକୁ ବୃଦ୍ଧି ପାଇଛି ବୋଲି ସରକାର କହିଛନ୍ତି।

Read Also
- Gold Price Today Odisha: ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ ଆଜି ଭୁବନେଶ୍ୱରରେ କେତେ ରହିଛି କ୍ୟାରେଟ୍ ଦର

- Joranda Magha Mela: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ପରମ୍ପରା, ପ୍ରସ୍ତୁତି ଓ ଆଧ୍ୟାତ୍ମିକ ମହତ୍ତ୍ୱ

- Subhadra Yojana Installment In 2026: ଆଜି ମିଳିଲା ପୁଣି ସୁଭଦ୍ରା କିସ୍ତି

- PUC Certificate Odisha: ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ନିଷେଧ ନିୟମ ଫେବ୍ରୁଆରୀ ୧ରୁ ଲାଗୁ

- Gold Rate Today: ଆଜିର ସୁନା ଦର, ଦିନେ ବଢୁଛି ଦିନେ କମୁଛି

