Breaking Newsଓଡ଼ିଶାପାଣିପାଗ

Latest News of Odisha Cyclone: ଆସୁଛି ବାତ୍ୟା, ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ

Share this:

ଭୁବନେଶ୍ଵର: Latest News of Odisha Cyclone ଆସୁଛି ପୁଣି ଏକ ବାତ୍ୟା। ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ବିଷୁବ ରେଖା ନିକଟସ୍ଥ ଭାରତ ମହାସାଗର ଏବଂ ଏହା ସଂଲଗ୍ନ ମାଲକ୍କା ଷ୍ଟ୍ରେଟ୍‍ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ଉତ୍ତର ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରି ୮ ତାରିଖ ସୁଦ୍ଧା ଉପକୂଳ ଛୁଇଁବା ଅନୁମାନ କରାଯାଉଛି।

ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟାର (Latest News of Odisha Cyclone) କୌଣସି ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

amazon sale bags

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିବା ସହ କେତେକ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହୋଇଛି। ଏଥିସହିତ ମାଲକାନଗିରିଠାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୨.୫ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଥିବାବେଳେ ଦାରିଙ୍ଗବାଡ଼ି ଓ ଜି.ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ୍‍ ରେକର୍ଡ କରାଯାଇଛି।

Read Also | Make In Odisha Conclave 22: ଫ୍ଲିପ୍ ‍କାର୍ଟରେ ବିକ୍ରି ହେବ ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରଡକ୍ଟ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Share this:

Leave a Reply

Your email address will not be published. Required fields are marked *