ରାଜ୍ୟରେ ପୁଣି ୫୭୭ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ ୫୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୨ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ସୁନ୍ଦରଗଡ଼ ଜିଲ୍ଲାରେ ୮୩ ଓ ଖୋର୍ଦ୍ଧା ରେ ଜିଲାରେ ୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, କେଉଁଝର ଜିଲ୍ଲାରେ ୪୮ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ବର ଜିଲ୍ଲାରୁ ୩୦ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଭଦ୍ରକ ଜିଲ୍ଲାରୁ ୨ ଜଣ ଓ ଢେଙ୍କାନାଳ ଜିଲ୍ଲାରୁ ୪ ଆକ୍ରାନ୍ତ ହୋଇଛନ୍ତି। ଜଗତସିଂପୁର ଜିଲ୍ଲାରେ ୭ ଜଣ ଆକ୍ରାନ୍ତ ହୋଇଛନ୍ତି। କଟକ ଜିଲ୍ଲାରୁ ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ପୁର ଓ ବୌଦ୍ଧ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ରାପଡ଼ା ରେ ୩ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାରେ ୩ ଜଣ ଓ ଯାଜପୁର ଜିଲ୍ଲାରେ ୯ ଜଣ ସଂକ୍ରମିତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ ଓ ଅନଗୁଳ ଜିଲାରୁ ୭ ଆକ୍ରାନ୍ତ ହୋଇଛନ୍ତି। ଗଜପତି ଜିଲ୍ଲାରୁ ୧୭ ଜଣ ,କୋରାପୁଟ ରୁ ୬ ଜଣ ସଂକ୍ରମିତ ହୋଇଛନ୍ତି। ଝାରସୁଗୁଡା,କନ୍ଧମାଳ,ମାଲକାନଗିରି ଓ ନାୟଗଡ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି।
ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୧୪ ହଜାର ୯୮୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୧,୨୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭,୦୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୨ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୧୨୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।