ରାଜ୍ୟରେ ଆଉ୬୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୨ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୮୬ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ଖୋର୍ଦ୍ଧାରେ ଜିଲାରେ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ ନୟାଗଡ ଜିଲ୍ଲାରୁ ୧୫ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେହିପରି, କଟକ ରୁ ୧୬ ଓ ମାଲକାନଗିରି ରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରୁ ୨୧ ଓ କେଉଁଝର ରୁ ୫ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ସେହିପରି ଜଗତସିଂପୁର ଜିଲ୍ଲାରୁ ୨୬ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାରୁ ୧୦ ଆକ୍ରାନ୍ତ ହୋଇଛନ୍ତି। ପୁରୀ ଓ ଯାଜପୁର ଜିଲ୍ଲାରୁ ୫ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ବଲାଙ୍ଗିରି ,ଢେଙ୍କନାଳ ଓ ବୌଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣ ସଂକ୍ରମିତ ହୋଇଛନ୍ତି। ବାଲେଶ୍ଵର ଜିଲ୍ଲାରୁ ୬୧ଜଣ ସଂକ୍ରମିତ ହୋଇଛନ୍ତି। ଅନଗୁଳ ଜିଲ୍ଲାରୁ ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି।ଭଦ୍ରକ,ଝାରସୁଗୁଡା,କୋରାପୁଟ ଓ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି।
ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୫୩ ହଜାର ୮୨୪ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୪,୮୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯,୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୭ ଜଣଙ୍କ ର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪,୯୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।