Breaking Newsଓଡ଼ିଶା ଆଜି ରାଜ୍ୟ ରେ ସୁସ୍ଥ ହେଲେ ୫୧୫ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତି July 19, 2020 MahimaLive 15 Views Breaking News, community transmission, Corona Breaking, corona recovered, CORONA TEST, covid-19, National News, NEWS, odishafightscorona 0 min read Share this: ରାଜ୍ୟରେ ଆଜି ଆଉ ୫୧୫ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ହଜାର ୪୫୨ କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୮୦ ଜଣ, ଯାଜପୁର ଜିଲ୍ଲାରୁ ୪୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭ ଜଣ, କଟକ ଜିଲ୍ଲାରୁ ୨୮ ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଏଁ, ମୟୂରଭଂଜ ଓ ରାୟଗଡ଼ା ଜିଲ୍ଲାରୁ ୯ ଜଣ ଲେଖାଏଁ, ବଲାଙ୍ଗୀର ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ପୁରୀ ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୫ ଜଣ ଓ ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। FROM THE WEB Share this: