ରାଜ୍ୟରେ ଆଜି ୧୩୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୮୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୪୩୩ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୪ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୫୬୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୪୭ ଜଣ କନ୍ଧମାଳ ରୁ ୩୯ଜଣ,କୋରାପୁଟ ରୁ ୩୦ ଜଣ , କେଉଁଝର ରୁ ୨୪ଜଣ, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ରାୟଗଡା ଜିଲ୍ଲା ରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ଓ ସୋନପୁର ରୁ ଜଣେ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ୨୩ ଜଣ ଓ ଜଗତସିଂହପୁର ରୁ ୩ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୨ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ରୁ ୧୪ ଜଣ, ବାଲେଶ୍ଵର ରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ ଏବଂ ବଲାଙ୍ଗୀରି ଜିଲ୍ଲାରୁ ୯ ଜଣ ସଂକ୍ରମିତ ହୋଇଛନ୍ତି।ଗଜପତି ରୁ ୯୦ଜଣ ସଂକ୍ରମିତ ହୋଇଛନ୍ତି। ପୁରୀ ରୁ ୯୦ଜଣ ସଂକ୍ରମିତ ହୋଇଛନ୍ତି। ନୂଆପଡ଼ା ରୁ ୪ଜଣ ଓ ନୟାଗଡ ରୁ ୩୮ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଦେଓଗଡ ରୁ ଜଣେ ସଂକ୍ରମିତ ହୋଇଛନ୍ତି। ଅନୁଗୋଳ ରୁ ୬ ଜଣ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪ ଲକ୍ଷ ୪୬ହଜାର ୩୧୧ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨୪ହଜାର ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫ ହଜାର ୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮ ହଜାର ୬୫୦ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।