Breaking Newsଓଡ଼ିଶା

ସଂକ୍ରମିତଙ୍କୁ ଉପଯୁକ୍ତ ସ୍ଵାସ୍ଥ୍ୟସେବା ଯୋଗାଅ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Share this:

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ଼ -19 ରୋଗୀ ର  ଚିକିତ୍ସାରେ ଯେପରି ଅବହେଳା ନହୁଏ ସେଥିପ୍ରତି ଉପଯୁକ୍ତ  ଯତ୍ନବାନ୍ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁତର ସମସ୍ୟା ନଥିବା କିମ୍ବା ସ୍ଵଚ୍ଛ, ମଧ୍ୟମ ଲକ୍ଷଣ ଯୁକ୍ତ କରୋନା ପଜିଟିଭ୍ ଘରେ  ରହି ଚିକିତ୍ସିତ ହେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କହିଛନ୍ତି। ଫଳରେ ଡାକ୍ତରଖାନା ଉପରେ ଚାପ କମ ରହିବ। ଏଥିସହିତ  ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବା ସହିତ  ସେମାନଙ୍କ ସ୍ଵାସ୍ଥ୍ୟ ଅବସ୍ଥା ତଦାରଖ ଉପରେ ବିଶେଷ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

 ମୁଖ୍ୟମନ୍ତ୍ରୀ ଗତକାଲି କୋଭିଡ଼-୧୯ ପରିସ୍ଥିତି ର ସମୀକ୍ଷା କରିଥିଲେ କୋଭିଡ ଡ୍ୟୁଟିରେ ଥାଇ ମୃତ୍ୟୁବରଣ କରୁଥିବା ଯୋଦ୍ଧାଙ୍କ ନିକଟତମ ଆତ୍ମୀୟଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ସେ ଘୋଷଣା କରିଥିଲେ। ଏହି ସହାୟତା କୋଭିଡ ଯୁଦ୍ଧରେ ନିୟୋଜିତ କର୍ମଚାରୀ ଓ  ଜନପ୍ରତିନିଧି ନିକଟତମ ଆତ୍ମୀୟ ମାନେ ପାଇପାରିବେ। ସେହିପରି କୋଭିଡ-୧୯ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା ଅଙ୍ଗନବାଡି ଓ ଆଶାକର୍ମୀଙ୍କ ନିକଟତମ ଆୟୀୟ ଯଥାକ୍ରମେ ମାସିକ ୭୫୦୦ ଟଙ୍କା ଏବଂ ୫୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ ଏବଂ ଏଥିପାଇଁ ଶୀଘ୍ର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ଅନୁଗୋଳ, ଢେଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗୀର, ବରଗଡ ଓ ନୂଆପଡା ଜିଲ୍ଲାର ପରିସ୍ଥିତି ଓ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ଏହି ଜିଲ୍ଲା ଗୁଡିକରେ କୋଭିଡ ପରିଚାଳନାକୁ ଦକ୍ଷଏବଂ  ଅଧିକ କ୍ରିୟାଶୀଳ କରିବା ପାଇଁ ପର୍ଯ୍ୟବେକ୍ଷକମାନେ କେତେକ ପ୍ରସ୍ତାବ ମଧ୍ୟ ରଖିଛନ୍ତି। ଏହି ପ୍ରସ୍ତାବ ଗୁଡିକୁ ଅନୁଧ୍ୟାନ କରିବାକୁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ଵତନ୍ତ୍ର ରିଲିଫ କମିଶନର, ସଚିବ( ୫-ଟି) ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ଜିଲାସ୍ତରରେ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ।

From The Web

Share this: