ଭୁବନେଶ୍ଵର:ରାଜ୍ୟରେ ଆଜି ୧୩୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୮୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୨୩ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୨୭ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ୨୧୮ଜଣ, କଟକରୁ ୭୬ ଜଣ,କନ୍ଧମାଳ ଜିଲ୍ଲାରୁ ୧୬ ଜଣ,କୋରାପୁଟରୁ ୪୫ଜଣ, କେନ୍ଦ୍ରାପଡ଼ାରୁ ୨୭ଜଣ ,କେଉଁଝରରୁ ୨୩ଜଣ ଓ କଳାହାଣ୍ଡିରୁ ୩୧ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୨୬ ଜଣ ,ସୁନ୍ଦରଗଡ଼ ରୁ ୯୧ଜଣ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାୟଗଡା ଜିଲ୍ଲା ରୁ ୭୫ ଜଣ, ଯାଜପୁର ଜିଲ୍ଲାରୁ୧୫ଜଣ ,ଜଗତସିଂହପୁରରୁ ୧୬ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୬୭ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୫୬ଜଣ, ବାଲେଶ୍ଵରରୁ ୫୪ ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୨୭ ଜଣ ,ବୌଦ୍ଧଜିଲ୍ଲା ରୁ୧୦ଜଣ ଏବଂ ଭଦ୍ରକ ଜିଲ୍ଲାରୁ ୮୩ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୨୦ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୬ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୫୭ ଜଣ ,ନବରଙ୍ଗପୁରରୁ ୬ଜଣ ଓ ନୂଆପଡ଼ା ରୁ ୭ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୧୪ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୯ ଜଣ ଓ ମାଲକାନଗିରିରୁ ୧୭ ଜଣ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୬ ଲକ୍ଷ ୯୨ହଜାର ୩୦୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୪୮ ହଜାର ୭୯୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୩ ହଜାର ୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ୧୫ ହଜାର ୪୨୭ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଓଡ଼ିଶାରେ ଆଜି ୧୦ କରୋନା ଆକ୍ରାନ୍ତ ମୃତଙ୍କ ସହିତ ମୃତ୍ୟୁ ସଂଖ୍ୟା ୨୯୬ କୁ ବୃଦ୍ଧି ପାଇଛି।