ଓଡ଼ିଶାରେ ବଢି ଚାଲିଛି କାରୋନା ସଂକ୍ରମିତଙ୍କ ସଂଖ୍ୟା;ଆଜି ରେକର୍ଡ ୩,୯୯୧ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୩ ହଜାର ୯୯୧ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine)ରୁ ୨ହଜାର ୩୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts)ରୁ ୧୬୭୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯(Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ  ସର୍ବାଧିକ ୬୮୭ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୯୫ ଜଣ, କଟକରୁ ୩୯୨ ଜଣ, କନ୍ଧମାଳ ଜିଲ୍ଲାରୁ ୫୭ ଜଣ, କୋରାପୁଟରୁ୧୨୭ ଜଣ, କେନ୍ଦ୍ରାପଡ଼ାରୁ ୧୪୭ ଜଣ, କେଉଁଝରରୁ ୮୧ଜଣ ଓ କଳାହାଣ୍ଡିରୁ ୭୪ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୦୪ ଜଣ, ସୁନ୍ଦରଗଡ଼ରୁ ୯୮ଜଣ ଓ ସୋନପୁର ଜିଲ୍ଲାରୁ ୭୪  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୧୪୮ ଜଣ, ଜଗତସିଂହପୁରରୁ ୧୦୯ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୪୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୬୯ ଜଣ, ବାଲେଶ୍ଵରରୁ ୭୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୮୦ ଜଣ, ବୌଦ୍ଧରୁ ୪୧ ଜଣ ଏବଂ ଭଦ୍ରକରୁ ୮୨ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୧୮ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୩୩୨ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୪୮ ଜଣ, ନବରଙ୍ଗପୁରରୁ ୧୨୫ ଜଣ ଓ ନୂଆପଡ଼ାରୁ ୯୬ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୧୦୧ ଜଣ, ଦେଓଗଡରୁ ୧୮ ଜଣ, ରାୟଗଡାରୁ ୫୮ ଜଣ, ଅନୁଗୋଳରୁ ୧୧୪ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୬୦ ଜଣ ଏବଂ ମାଲକାନଗିରିରୁ ୧୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୧୧୪ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

Also Read: ଭାରତରେ ୨୪ ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ୯୫,୭୩୫ ଚିହ୍ନଟ,ମୋଟ ମୃତ୍ୟୁ ସଂଖ୍ୟା ୭୫ ହଜାର ଅତିକ୍ରମ

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୨ ଲକ୍ଷ ୭୩ ହଜାର ୫୯୭ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧ ଲକ୍ଷ ୩୯ ହଜାର ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧ ଲକ୍ଷ ୫ ହଜାର ୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩ ହଜାର ୧୮୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read:

ଲଞ୍ଚ ହେଉଛି Samsung Galaxy M51; ଭାରତର ପ୍ରଥମ ୭୦୦୦ mAh ବ୍ୟାଟେରୀ ଫୋନ

ନୋବେଲ ଶାନ୍ତି ପୁରସ୍କାର ପାଇଁ ଡୋନାଲ୍ଡ ଟ୍ରମ୍ପ ନୋମିନେଟ

Share this: