ରାଜ୍ୟରେ ପୁଣି ବଢିଲା Corona ମୃତକଙ୍କ ସଂଖ୍ୟା, ଆଜି ୪୬ ଜଣଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୪୬ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୭୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ପୁରୀ ଓ କଟକ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଝାରସୁଗୁଡା ଏବଂ ସମ୍ବଲପୁରରୁ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡ଼ ଏବଂ ଜଗତସିଂପୁରରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ଗଞ୍ଜାମ, କଳାହାଣ୍ଡି ଏବଂ ମୟୁରଭଞ୍ଜରୁ ୨ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୨ ଲକ୍ଷ ୮୩ ହଜାର ୬୫୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୮୬ ହଜାର ୯୪୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪ ହଜାର ୧୫୯ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୪୮ ହଜାର ୯୬୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୪ହଜାର ୨୧୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this: