ଅନୁଗୋଳରୁ ଆଜି ୮୬ ଜଣ କରୋନା ପଜିଟିଭ ଚିହ୍ନଟ,ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୮୫

Share this:

ଅନୁଗୋଳ: ଅନୁଗୋଳ ଜିଲ୍ଲାରୁ ଆଜି ବୁଧବାର ଗୋଟିଏ ଦିନରେ ସର୍ବାଧିକ ୮୬ ଜଣ କରୋନା (Covid-19)ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୫ ରେ ପହଞ୍ଚିଛି।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ତାଳଚେର ବ୍ଲକରୁ ସର୍ବାଧିକ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୨ ଜଣ ପୁରୁଷ ଓ ୧୨ ଜଣ ମହିଳା ଅଛନ୍ତି। ତାଳଚେର ପୌରାଞ୍ଚଳରୁ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି।

ବଅଁରପାଳ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୯ ଜଣଙ୍କ ମଧ୍ୟରେ ୧୪ ଜଣ ପୁରୁଷ ଓ ୫ଜଣ ମହିଳା ଅଛନ୍ତି। କଣିହାଁ ବ୍ଲକ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୨ଜଣ ମହିଳା ଅଛନ୍ତି। ସେହିପରି ଅନୁଗୋଳ ପୌରାଞ୍ଚଳରୁ ଚିହ୍ନଟ ହୋଇଥିବା ୮ ଜଣଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି।

ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ସେହିପରି ଅନୁଗୁଳ ବ୍ଲକ ଅଞ୍ଚଳରୁ ୨ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ପୁରୁଷ ଓ  ଜଣେ ବାଳିକା ଅଛନ୍ତି। କିଶୋରନଗର ବ୍ଲକ ଅଞ୍ଚଳରୁ ୨ ଜଣ ପୁରୁଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଙ୍କୁ କୋଭିଡ଼ ହସ୍ପିଟାଲ କୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଇଥିବାବେଳେ ସ୍ୱଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହୀନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ (Isolation)ରେ ରହିବାର ବ୍ୟବସ୍ଥା କରାଯାଉଛି  ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି। ସୁସ୍ଥ ହୋଇଥିବା ୮ ଜଣଙ୍କୁ ନିଜ ଘରେ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି। ମୋଟ ସୁସ୍ଥ ସଂଖ୍ୟା ୪୯୦ରେ ପହଞ୍ଚିଛି।

Also Read:

ଆଜି ରାଜ୍ୟରେ ପୁଣି ୩୨୧୯ କରୋନା ପଜିଟିଭ ଚିହ୍ନଟ

ଓଡ଼ିଶାର ୮୦ ବର୍ଷୀୟ ମହିଳାଙ୍କ ସଫଳ କାହାଣୀ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା, ଗରିବ କଲ୍ୟାଣ ରୋଜଗାର ଅଭିଯାନରେ ସଫଳ

   

Share this: